ମୁଖ୍ୟମନ୍ତ୍ରୀଙ୍କ ୧୮ତମ ପାଳି ଅଭିଯୋଗ ଶୁଣାଣି
✅୧୭ ପାଳି ସୁଦ୍ଧା ଗ୍ରହଣ କରାଯାଇଥିବା ଅଭିଯୋଗ ମଧ୍ୟରୁ ୯୬ ପ୍ରତିଶତ ଅଭିଯୋଗର ସମାଧାନ
✅ଦୁଇ ବର୍ଷ ମଧ୍ୟରେ ଜିଲ୍ଲାସ୍ତରରେ ୨.୪୦ ଲକ୍ଷ ଅଭିଯୋଗ ଶୁଣାଣି, ୯୨ ପ୍ରତିଶତ ସମାଧାନ
✅ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସହିତ ୧୩ଜଣ ମନ୍ତ୍ରୀ, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଶାସନ ସଚିବ ଓ ପଦାଧିକାରୀ ଲୋକଙ୍କ ଅଭିଯୋଗ ଶୁଣିଲେ
“ବର୍ତ୍ତମାନ ଅଭିଯୋଗ ଶୁଣାଣି ପ୍ରଶାସନିକ ବ୍ୟବସ୍ଥାର ଏକ ଅଭିନ୍ନ ଅଙ୍ଗ ପାଲଟିଛି”:- ମାନ୍ୟବର ମୁଖ୍ୟମନ୍ତ୍ରୀ
ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୩୦ ଜଣ ଦିବ୍ୟାଙ୍ଗ ଓ ଦୂରାରୋଗ୍ୟରେ ପୀଡ଼ିତ ଲୋକମାନଙ୍କୁ ଭେଟି ସିଧାସଳଖ ସେମାନଙ୍କ ସମସ୍ୟା ଶୁଣିଛନ୍ତି। ସେମାନଙ୍କ ଅଭିଯୋଗ ପତ୍ର ଗ୍ରହଣ କରି ତୁରନ୍ତ ପଦକ୍ଷେପ ନେବା ପାଇଁ ଉପସ୍ଥିତ ଅଧିକାରୀମାନଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ବିଭିନ୍ନ ରୋଗରେ ପୀଡ଼ିତ ପ୍ରାୟ ୧୩ ଜଣ ଅଭିଯୋଗକାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମ ଜରିଆରେ ୩.୬୦ ଲକ୍ଷ ଟଙ୍କା ଚିକିତ୍ସା ସହାୟତା ରାଶି ମଞ୍ଜୁର କରିଛନ୍ତି। ଏହି କାର୍ଯ୍ୟକ୍ରମ ଅବସରରେ ଉଭୟ ଅନ୍ଲାଇନ ଓ ଅଫ୍ଲାଇନ ଜରିଆରେ ୬୦୦ରୁ ଊର୍ଦ୍ଧ୍ୱ ଅଭିଯୋଗ ପତ୍ର ଗ୍ରହଣ କରାଯାଇଛି।
