ଓଡ଼ିଶାର ଖଣିଜ କ୍ଷେତ୍ରକୁ ସୁଦୃଢ଼ କରିବା ଏବଂ ଜାତୀୟ ଅର୍ଥନୀତିରେ ଓଡ଼ିଶାର ଅବଦାନକୁ ଆହୁରି ବୃଦ୍ଧି କରିବା ନେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ମାନ୍ୟବର କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ଶ୍ରୀ ଜି.କିଶନ ରେଡ୍ଡୀ ଙ୍କ ସହିତ ଆଲୋଚନା କରିଛନ୍ତି। ଦେଶର ଖଣିଜ ଅର୍ଥନୀତି ଓ ଶିଳ୍ପ ଅଭିବୃଦ୍ଧିରେ ଓଡ଼ିଶାର ଗୁରୁତ୍ୱ କ୍ରମାଗତ ଭାବେ ବୃଦ୍ଧି ପାଉଛି। ଏହି କ୍ଷେତ୍ରରେ ଓଡ଼ିଶାର ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାରଙ୍କ ଅଧିକ ସକ୍ରିୟ ସହଯୋଗ ଆବଶ୍ୟକ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି ।
ଖଣିଜ ଓ ପରିବହନକୁ ଅଧିକ ଦକ୍ଷ ଓ ସ୍ୱଳ୍ପ ଖର୍ଚ୍ଚ ବିଶିଷ୍ଟ କରିବା ପାଇଁ ରେଳ ଓ ବନ୍ଦର ଭିତ୍ତିଭୂମିର ତ୍ୱରିତ ବିକାଶର ଆବଶ୍ୟକତା ଉପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ଅବସରରେ ଗୁରୁତ୍ବ ଦେଇଛନ୍ତି । ଏହି ବୈଠକରେ ଖଣିଜ ଅଞ୍ଚଳର ବିକାଶ ଓ ସ୍ଥାନୀୟ ଲୋକଙ୍କର କଲ୍ୟାଣ ସମ୍ପର୍କରେ ଆଲୋଚନା ହୋଇଛି।
PMO India
